ରାଶି ଫଳ

  • *ଅଦ୍ୟ ଡିସେମ୍ବର ୨୭ତାରିଖ *୨୦୧୮ମସିହା* (ଗୁରୁବାର)*
    ଶକାବ୍ଦ -୧୯୪୦
    ସମ୍ବତ -୨୦୭୫
    ସାଲ-୧୪୨୬
    ସମ୍ବତ୍ସର -ପରିଧାବୀ
    ପୈ।ଷ-କୃଷ୍ଣପକ୍ଷ
    ତିଥି -ପଞ୍ଚମୀ ଦିବାଘ୦୮/୧୭ ପର୍ଯ୍ଯନ୍ତ ତଦନ୍ତେ ଷଷ୍ଠୀ
    ନକ୍ଷତ୍ର-ମଘା ଦିବା ଘ୧୨/୩୫ପର୍ଯ୍ଯନ୍ତ ତଦନ୍ତେ ପୂର୍ବାଫାଃ
    ଚନ୍ଦ୍ର – ସିଂହ
    ଯୋଗ -ପ୍ରୀତି
    କରଣ -ତୈତିଳ
    ସୂର୍ଯ୍ୟ -ଧନୁ ୧୨ ଦିନ *
    ସୁର୍ୟୋଦୟ -ପ୍ରାତଃ ଘ୦୬/୨୨/୧୩

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୫

ଯୋଗିନୀ ଦକ୍ଷିଣେ ଦିବା ଘ୦୮/୧୮ଗତେପଶ୍ଚିମେ
କର୍କଟ ଓ ମକର ରାଶିମାନଙ୍କ ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର

ଅଦ୍ୟ ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା-ଦିବାଘ୦୨/୨୮ଗତେ ଘ୦୫/୧୦ମଧ୍ୟେ


** ଅମୃତବେଳା – * ଦିବାଘ୧୦/୨୪ଗତେ ଘ୧୧/୪୫ ମଧ୍ୟେ* ଓ ଘ୦୧/୦୮ଗତେ ଘ୦୨/୨୫ ମଧ୍ୟେ*
ମାହେନ୍ଦ୍ର ବେଳା- ଦିବା ଘ ୦୭/୪୫ମଧ୍ୟେ* ଓ ଘ୧୧/୪୬ଗତେ ଘ୦୧/୦୫ମଧ୍ୟେ*


ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ



     ଆଜିର ରାଶିଫଳ
  • ——————-
    ମେଷ
    ଆଜି ପୂରାତନ ସମସ୍ୟାର ଅନ୍ତ ଘଟିବ। ବିବାଦର ସମାଧାନ ସାଙ୍ଗକୁ ଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।

ବୃଷ
ଆଜି ଯାତ୍ରା, ବାଣିଜ୍ୟ ଓ ପ୍ରତିଯୋଗିତା ପ୍ରଭୃତିରେ ସଫଳତା ପାଇବେ । କୌଣସି ଯାନ୍ତ୍ରିକ ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।

ମିଥୁନ
ଆଜି କାର୍ଯ୍ୟରେ ବିଫଳତା ଓ ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ ।

କର୍କଟ
ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି। ଘରେ ନ ଥିବା ସମୟରେ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।

ସିଂହ
ଆଜି ଆପଣ ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ।

କନ୍ୟା
ଆଜି ମନର ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।

ତୁଳା
ଆଜି ପୂର୍ବ ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ। ତଥାପି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

ବିଛା
ଆଜି ନୈରାଶ୍ୟଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ଧନୁ
ଆଜି ମନକୁ ଶଙ୍କାକୁଳ ରହିବ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ। ଅଯଥା ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ।

ମକର
ଆଜି ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ । ଆଜି ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ।

କୁମ୍ଭ
ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।

ମୀନ
ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଅଷ୍ଟମସ୍ଥ ଶୁକ୍ର ଆପଣଙ୍କୁ ଭୋଗବିଳାସ ପ୍ରତି ଆକୃଷ୍ଟ କରାଇବ। ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।

Leave a Reply

Your email address will not be published. Required fields are marked *