ରାଶି ଫଳ

💐 ମହାବୀର ପଞ୍ଜିକା💐
~~~~~

  • *ଅଦ୍ୟ ଡିସେମ୍ବର ୧୧ ତାରିଖ *୨୦୧୮ମସିହା* (ମଙ୍ଗଳବାର)*
    ଶକାବ୍ଦ -୧୯୪୦
    ସମ୍ବତ -୨୦୭୫
    ସାଲ-୧୪୨୬
    ସମ୍ବତ୍ସର -ପରିଧାବୀ
    ମାର୍ଗଶୀର -ଶୁକ୍ଳପକ୍ଷ
    ତିଥି -ଚତୁର୍ଥୀ ରାତ୍ରି ଘ୮/୦୧ ପର୍ଯ୍ଯନ୍ତ ତଦନ୍ତେ ପଞ୍ଚମୀ
    ନକ୍ଷତ୍ର- ଉତ୍ତରାଷାଢା ଦିବା ଘ୧/୫୪ ପର୍ଯ୍ଯନ୍ତ ତଦନ୍ତେ ଶ୍ରବଣା
    ଚନ୍ଦ୍ର – ମକର
    ଯୋଗ -ଧୃବ
    କରଣ -ବାଣିଜ୍ୟ
    ସୂର୍ଯ୍ୟ -ବିଛା ୨୬ ଦିନ *
    ସୁର୍ୟୋଦୟ -ପ୍ରାତଃ ଘ୦୬/୧୪/୨

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୩

ଯୋଗିନୀ ନୈଋତେ ରାତ୍ରି ଘ ୮/୦୧ଗତେ ଦକ୍ଷିଣେ
ସିଂହ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର

ଅଦ୍ୟ ଚତୁର୍ଥୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବାଘ୦୧/୦୨ଗତେ ଘ୦୨/୨୦ମଧ୍ୟେ
ବାରବେଳା-ଦିବାଘ୦୭/୪୦ଗତେ ଘ୦୯/୦୨ମଧ୍ୟେ


** ଅମୃତବେଳା – * ଦିବାଘ୦୯/୦ ଗତେ ଘ୧୦/୨୦ ମଧ୍ୟେ* ଓ ଘ୧୧/୪୨ଗତେ ଘ୦୧/୦୧ ମଧ୍ୟେ*
ମାହେନ୍ଦ୍ର ବେଳା- ଦିବା ଘ ୧୦/୨୦ ଗତେ ଘ୧୧/୪୦ ମଧ୍ୟେ* ଓ ଘ ୦୨/୨୨ଗତେ ଘ୦୩/୪୨ମଧ୍ୟେ*


ଅଦ୍ୟ ମୂଳା ଭକ୍ଷଣ ନିଷେଧ



     ଆଜିର ରାଶିଫଳ
  • ——————-
    ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।

ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସି˚ହ: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

ବିଛା: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।

କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

Leave a Reply

Your email address will not be published. Required fields are marked *