ବିଶିଷ୍ଟ ଜନନେତା ବୀରେନ୍ ମିତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ବିଶିଷ୍ଟ ଜନନେତା ବୀରେନ୍ ମିତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର
ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସ୍ୱର୍ଗତ ବୀରେନ୍ ମିତ୍ରଙ୍କ ୧୦୨ ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ଜୟଦେବ ବିହାର ଛକସ୍ଥିତ ପ୍ରତିମୂର୍ତିଠାରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀ ପ୍ରସାଦ ମିଶ୍ର , ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଅଧ୍ୟକ୍ଷ ତଥା ବୀରେନ୍ ମିତ୍ର ଫାଉଣ୍ଡେସନର ଅଧ୍ୟକ୍ଷ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗ ଦେଇ ବୀରେନ୍ ମିତ୍ରଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିପିନି ବିହାରି ବାରିକି, ସହକାରୀ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତା, ଗଣମାଧ୍ୟମର ପ୍ରତିନିଧି ଓ ଜନସାଧାରଣ ଯୋଗଦେଇ ସ୍ୱର୍ଗତ ମିତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ

Leave a Reply

Your email address will not be published. Required fields are marked *