ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ଅତ୍ୟନ୍ତ ଦାୟିତ୍ୱ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ଅତ୍ୟନ୍ତ ଦାୟିତ୍ୱ

ଭୁବେନେଶ୍ୱର: ଦିନକୁ ଦିନ ରାଜ୍ୟରେ ସାମ୍ବାଦିକଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ତେଣୁ ସାମ୍ବାଦିକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛନ୍ତି । ସାମ୍ବାଦିକମାନଙ୍କ ସମସ୍ୟା ଶୁଣିବା ସହ ସେଗୁଡ଼ିକର ସମାଧାନ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ଶ୍ରୀ ମଙ୍ଗରାଜଙ୍କ ସହ ପରାମର୍ଶ କରିବେ । କାରଣ ଶ୍ରୀ ମଙ୍ଗରାଜଙ୍କର ସାମ୍ବାଦିକତାରେ ଦୀର୍ଘ ବର୍ଷର ଅଭିଜ୍ଞତା ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏ ସମ୍ୱନ୍ଧରେ ବିଜ୍ଞପ୍ତି ଜାରି ହୋଇଛି ।, ସାମ୍ବାଦିକଙ୍କ ସୁରକ୍ଷା ବ୍ୟତୀତ ପ୍ରିଣ୍ଟ ଓ ଇଲେକଟ୍ରୋନିକ ଗଣମାଧ୍ୟମକୁ ରାଜ୍ୟ ସରକାର ଦେଉଥିବା ବିଜ୍ଞାପନ ଶ୍ରୀ ମଙ୍ଗରାଜଙ୍କର ପରାମର୍ଶରେ ବଣ୍ଟନ କରାଯିବ । ସେହିପରି ସୂଚନା ଓ ଲୋକସମ୍ପର୍କ ବିଭାଗର ଗୁରୁତ୍ୱପୂର୍ଣ୍ଣ ଉତ୍ସବ ଗୁଡ଼ିକରେ ସେ ସମ୍ମାନନୀୟ ଅତିଥି ଭାବେ ଯୋଗଦେବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି ।

Leave a Reply

Your email address will not be published. Required fields are marked *