ବଢ଼ିଲା ବିଜୁଳି ଦର ।

ଭୁବନେଶ୍ୱର:୨୪.୦୯ ୟୁନିଟ୍ ପିଛା ୨୦ ପଇସା ବଢ଼ିଲା ବିଜୁଳି ଦର । ଅକ୍ଟୋବର ପହିଲାରୁ ଲାଗୁ ହେବ ନୂଆ ଦର, ନୂଆ ବିଜୁଳି ଦରରୁ ବାଦ୍ ପଡିବେ କୃଷକ ଓ ବିପିଏଲ୍ ଶ୍ରେଣୀ !ଆସନ୍ତାମାସ ଠାରୁ ବିଦ୍ୟୁତ ଦର ବଢ଼ିବ । ଦର ବୃଦ୍ଧି ନେଇ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆୟୋଗ ପକ୍ଷରୁ କୁହାଯାଇଛି ଯେ, ଅକ୍ଟୋବର ମାସ ଠାରୁ ବିଦ୍ୟୁତ ୟୁନିଟ ପିଛା ୨୦ ପଇସା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି !ତେବେ ବର୍ଦ୍ଧିତ ଦର କୁଟୀର ଜ୍ୟୋତି ଓ ବିପିଏଲ ଚାଷୀ ଉପଭୋକ୍ତାଙ୍କ ପାଇଁ ଲାଗୁ ହେବ ନାହିଁ । ବିଦ୍ୟୁତ ଦର ୫୦ ୟୁନିଟ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସାକୁ ବୃଦ୍ଧି ପାଇଥିବା ବେଳେ ୧୦୦ ୟୁନିଟ ପର୍ଯ୍ୟନ୍ତ ୩ଟଙ୍କା ୬୦ ପଇସା, ୨ଶହ ଯାଏଁ ୪ଟଙ୍କା ୫ ପଇସା ବୃଦ୍ଧି କରାଯାଇଛି । ସେହିପରି ୩ଶହ ୟୁନିଟ ଯାଏଁ ୪ଟଙ୍କା ୫୩ ପଇସା, ୪ଶହ ୟୁନିଟ ଯାଏଁ ୪ଟଙ୍କା ୭୮ ପଇସା ଓ ୫ଶହ ୟୁନିଟ ପର୍ଯ୍ୟନ୍ତ ୫ଟଙ୍କା ବୃଦ୍ଧି କରାଯାଇଛି !

Leave a Reply

Your email address will not be published. Required fields are marked *