ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍‌

ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଚିହ୍ନଟ।

ମୁମ୍ବାଇ:ଭୁବନେଶ୍ୱର:୧୨.୦୭  ବର୍ତ୍ତମାନର ବଡ଼ ଖବର ସାମ୍ନାକୁ ଆସିଛି । ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ପ୍ରଥମ ରିପୋର୍ଟ ନେଗେଟିଭ ଆସିଥିବା ବେଳେ ଦ୍ୱିତୀୟ ରିପୋର୍ଟରେ ପଜିଟିଭ୍‌ ଥିବା ଜଣାପଡ଼ିଛି । ଏନେଇ ଜାତୀୟ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଛି ।ଗତକାଲି ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେପରେ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ ।ବାପା ଓ ପୁଅ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେମାନଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଘରର ଦୁଇ ଜଣ ପଜିଟିଭ୍‌ ଆସିବା ପରେ ଅନ୍ୟ ସଦସ୍ୟମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା । ତେବେ ପ୍ରାଥମିକ ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ଦ୍ୱିତୀୟ ରିପୋର୍ଟ ଆସିବା ପରେ ଐାଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *