ଆସନ୍ତାକାଲି ବ୍ରହ୍ମପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ

ଆସନ୍ତାକାଲି ବ୍ରହ୍ମପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ
ମଧ୍ୟାହ୍ନ ୧୨ ଟାରେ ବ୍ରହ୍ମପୁର ଠାରେ ସାଧାରଣ ସଭାରେ ଯୋଗ ଦେଇ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସମ୍ଭୋଧିତ କରିବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ସୁପ୍ରିୟୋ

ଭୁବନେଶ୍ୱର,ତା.୦୯/୦୧: ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତନ ମନ୍ତ୍ରୀ ବାବୁଲ ସୁପ୍ରିୟୋ । କେନ୍ଦ୍ର୍ରମନ୍ତ୍ରୀ ଶ୍ରୀ ସୁପ୍ରିୟୋ ୯.୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚି ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ । ଶ୍ରୀ ସୁପ୍ରିୟୋ ମଧ୍ୟାହ୍ନ ୧୨ ଟାରେ ବ୍ରହ୍ମପୁର ସିଟି ହାଇସ୍କୁଲ ପଡିଆଠାରେ ଠାରେ ପହଂଚି ନାଗରିକତା ସଂଶୋଧନ ଆଇନ ସଂପର୍କରେ ସାଧାରଣ ସଭାରେ ସମ୍ଭୋଧିତ କରିବେ ବୋଲି ବିଜେପି ରାଜ୍ୟ ସଂପାଦକ କାଳନ୍ଦୀ ସାମଲ ସୂଚନା ଦେଇଛନ୍ତି ।
ନାଗରିକତା ସଂଶୋଧନ ଆଇନ ଦ୍ୱାରା କୌଣସି ଭାରତୀୟଙ୍କର ଅଧିକାର କ୍ଷୁ ହେବନି । ବରଂ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି ଶ୍ରୀ ସାମଲ କହିଛନ୍ତି ।

Leave a Reply

Your email address will not be published. Required fields are marked *