ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର କୁ ମହିପୁର କୁ ସମ୍ପ୍ରସାରଣ କରାଯିବ

କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଷ୍ଟିଲ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଡିସେମ୍ବର ୨୬ ତାରିଖରେ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ପ୍ରକଳ୍ପର ନୟାଗଡ଼ ଓ ମହିପୁର ରେଳ ଲାଇନକୁ ଦେଶ ପାଇଁ ସମର୍ପିତ କରିବେ I

ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର କୁ ମହିପୁର କୁ ସମ୍ପ୍ରସାରଣ କରାଯିବ

ଭୁବନେଶ୍ୱର-ନୂଆ ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନାଲକୋ ଦ୍ୱାରା ବ୍ରାଣ୍ଡିଙ୍ଗର ଉଦ୍ଘାଟନ କରିବେଅସଂରକ୍ଷିତ ଟ୍ରେନ ଟିକେଟରେ ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆ ଭାଷା ପ୍ରଚଳନର ଶୁଭାରମ୍ଭ କରାଯିବଆସନ୍ତା ୨୬ ତାରିଖ (ଗୁରୁବାର) ଦିନ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଷ୍ଟିଲ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ପ୍ରକଳ୍ପର ନୟାଗଡ଼ ଓ ମହିପୁର ରେଳ ଲାଇନକୁ ଦେଶପାଇଁ ସମର୍ପିତ କରାଯିବ I ଶ୍ରୀ ପ୍ରଧାନ ମଧ୍ୟ ନୟାଗଡ଼ ଟାଉନ ଷ୍ଟେସନ ଠାରେ ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ଟ୍ରେନକୁ ମହିପୁର ପର୍ଯ୍ୟନ୍ତ ସମ୍ପ୍ରସାରଣର ଶୁଭାରମ୍ଭ କରାଇବେ I

ଏହା ବ୍ୟତୀତ ଗୁରୁବାର ସକାଳେ ଶ୍ରୀ ପ୍ରଧାନ ଭୁବନେଶ୍ୱର ରେଳଷ୍ଟେସନ ଠାରେ ଭୁବନେଶ୍ୱର-ନୂଆ ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ନାଲକୋ ଦ୍ୱାରା ପ୍ରାୟୋଜିତ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରଦର୍ଶନକୁ ଉଦ୍ଘାଟନ କରାଇବା ସହିତ ଅସଂରକ୍ଷିତ ଟ୍ରେନ ଟିକେଟରେ ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆ ଭାଷା ପ୍ରଚଳନର ମଧ୍ୟ ଶୁଭାରମ୍ଭ କରାଇବେ I

ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ଡ଼. ରଘୁନାଥ ମହାପାତ୍ରଙ୍କ ସହିତ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତ ଉପସ୍ଥିତ ରହିବାକୁ ଥିବାବେଳେ ନୟାଗଡ଼ ଟାଉନ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ଅରୁଣ କୁମାର ସାହୁ, ସାଂସଦ ଶ୍ରୀ ପିନାକୀ ମିଶ୍ର ଓ ଅଚ୍ୟୁତ ସାମନ୍ତଙ୍କ ସହିତ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ଉପସ୍ଥିତ ରହିବେ I

Leave a Reply

Your email address will not be published. Required fields are marked *