୫୦୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର:୧୩.୦୭ ରାଜ୍ୟରେ ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୨୫୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୫୦୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୨୪୮, ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡ଼ରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ଢ଼େଙ୍କାନାଳରୁ ୬, ଅନୁଗୁଳରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୪, ବରଗଡ଼ରୁ ୩, କେନ୍ଦୁଝରରୁ ୨,ଝାରସୁଗୁଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *