ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ: ମୁଖ୍ୟମନ୍ତ୍ରୀ

ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ ।୧: ଜବାହାରଲାଲ ନେହେରୁ ବିଶ୍ବବିଦ୍ୟାଳୟରେ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ ଜରିଆରେ ନିଜର ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ଛାତ୍ରଛାତ୍ରୀଙ୍କ ଉପରେ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ । ଏଥିସହ ଏ ଆକ୍ରମଣକାରୀଙ୍କ ବିରୋଧରେ ଯଥା ଶୀଘ୍ର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବୀ କରିବା ସହ ଆହତ ଛାତ୍ରଛାତ୍ରୀଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave a Reply

Your email address will not be published. Required fields are marked *